ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ajay kumar nayak
ଭୁବନେଶ୍ୱର, ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କ ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି।

 ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ। ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

सोशल मीडिया पर देखें खेती-किसानी और अपने आसपास की खबरें, क्लिक करें...

- देश-दुनिया तथा खेत-खलिहान, गांव और किसान के ताजा समाचार पढने के लिए सोशल मीडिया प्लेटफार्म गूगल न्यूजगूगल न्यूज, फेसबुक, फेसबुक 1, फेसबुक 2,  टेलीग्राम,  टेलीग्राम 1, लिंकडिन, लिंकडिन 1, लिंकडिन 2टवीटर, टवीटर 1इंस्टाग्राम, इंस्टाग्राम 1कू ऐप  यूटयूब चैनल  से जुडें- और पाएं हर पल की अपडेट, देखें-  मप्र समाचार, छत्तीसगढ समाचार, उडीसा समाचार, राजस्थान समाचार, पंजाब समाचार, उप्र समाचार, खेल समाचार, धर्म समाचार, कैरियर समाचार, बिजनेस समाचार